Song of Solomon 7

1ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।

2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। 4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। 6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !

7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। 8ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

9ତୁମ୍ଭର ମୁଖ
7:9 ମୁଖ କିମ୍ବା ଚୁମ୍ବନ
ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ
7:9 ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ
ଧୀରେ ଧୀରେ ଚାଲିଯାଏ।

10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।

କନ୍ୟାର ପ୍ରେମ ପ୍ରଦାନ

11ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ
7:11 ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ
କାଳକ୍ଷେପଣ କରୁ।

12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

13

Copyright information for OriULB